ଭୁବନେଶ୍ୱର: ଜାନୁଆରି ୧୨ ଅର୍ଥାତ ଆସନ୍ତା ରବିବାରଠାରୁ ରାଜ୍ୟରେ ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରି ବଢ଼ିବା ସହିତ ଶୀତର ପ୍ରକୋପ କମିଯିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ତାପମାତ୍ରା ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଶୀତ କମିବା ସହ ଘନକୁହୁଡ଼ି ବଢ଼ିବ । ରାସ୍ତାରେ ଦୃଶ୍ୟମାନ କ୍ଷମତା କମ ରହିବ ।
ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ରାସ୍ତାରେ ରାତି ୨ ଟାରୁ ସକାଳ ୧୦ ପର୍ଯ୍ୟନ୍ତ ନଜର ରଖିବାକୁ ପରିବହନ ବିଭାଗ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଘନକୁହୁଡ଼ି ନେଇ ସୁନ୍ଦରଗଡ, କନ୍ଧମାଳ ଏବଂ କୋରାପୁଟ ଆଦି ୩ ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି କରାଯାଇଥିବା ବେଳେ ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, ଗଞ୍ଜାମ ଏବଂ କଳାହାଣ୍ଡିରେ ମଧ୍ୟମ ଧରଣର କୁହୁଡ଼ି ଅନୁଭୁତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।












Leave a Reply