ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ୨ ବାଇକ ଆରୋହୀଙ୍କ ଜୀବନ

ଅକ୍ଷର ବ୍ୟୁରୋ : ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଜାତୀୟ ରାଜପଥ ୪୯ ଦୁଆରଶୁଣି ଘାଟି ତଳେ ବିଳମ୍ବିତ ରାତିରେ ଏକ ଅଜଣା ଗାଡି ଧକ୍କାରେ ୨ ଯୁବକଙ୍କ ମୃତ୍ୟୁ ଘଟିଛି |ଏକ ବାଇକରେ ଉଭୟେ ଘରକୁ ଫେରୁଥିବା ବେଳେ ଅଜଣା ଗାଡି ବାଇକକୁ ଧକ୍କା ଦେଇଥିଲା | ଯାହା ଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଥିଲା | ତେବେ ଉଭୟଙ୍କ ପରିଚୟ ମିଳିପାରିନଥିବା ବେଳେ ଦୁର୍ଘଟଣା ଘଟାଇଥିବା ଗାଡିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି | ସୂଚନା ପାଇ ବାଙ୍ଗିରିପୋଷି ଥାନା ପୋଲିସ ପହଁଞ୍ଚି ଘଟଣାର ତଦନ୍ତ କରୁଛି |

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial