ଅଯୋଧ୍ୟା ଯାଇ ରାମଲାଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ : କାଲି ପ୍ରୟାଗରାଜ ତ୍ରିବେଣୀ ସଙ୍ଗମରେ ପକାଇଥିଲେ ବୁଡ଼

ଅକ୍ଷର ବ୍ୟୁରୋ : ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ | ପରିବାର ସହ ଯାଇ ରାମଲାଲାଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ | ମନ୍ଦିରରେ ଆଳତି କରିବା ସହ ପ୍ରଭୁଙ୍କ ଭବ୍ୟ ଦର୍ଶନ କରି ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ |

ଓଡିଶାର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଭୁଙ୍କୁ ଦର୍ଶନ କରିବାର ତାଙ୍କୁ ସୌଭାଗ୍ୟ ମିଳିଛି | ଗତକାଲି ମୁଖ୍ୟମନ୍ତ୍ରୀ ମହାକୁମ୍ଭରେ ବୁଡ଼ ପକାଇଥିଲେ | ଏହା ପରେ ଅଯୋଧ୍ୟା ଯାଇ ପ୍ରଭୁ ଶ୍ରୀରାମଙ୍କୁ ଦର୍ଶନ କରିଛନ୍ତି | ମୁଖ୍ୟମନ୍ତ୍ରୀ କହିଛନ୍ତି , ଆଗାମୀ ଦିନରେ ଅଯୋଧ୍ୟାରେ ଓଡିଶା ଭବନ କରାଯିବ | ଏଥିପାଇଁ ଜମି ଯୋଗାଇ ଦେବାକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଅନୁରୋଧ କରିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ |

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial