ଆଜିଠୁ ଡଲଫିନ ଗଣନା ଆରମ୍ଭ, ୩ଦିନ ଧରି ଚାଲିବ

ଅକ୍ଷର ବ୍ୟୁରୋ : ଆଜିଠୁ ରାଜନଗର ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଓ ଭିତରକନିକାରେ ଆରମ୍ଭ ହୋଇଛି ଡଲଫିନ ଗଣନା । ଏହି ଗଣନା କାର୍ଯ୍ୟ ୩ ଦିନ ଧରି ଚାଲିବ । ଗଣନା କାର୍ଯ୍ୟରେ ୯ଟି ଟିମ୍ ସାମିଲ୍ ଅଛନ୍ତି । ପ୍ରତି ଟିମରେ ୪ରୁ ୫ଜଣ ଗଣନାକାରୀ ସାମିଲ୍ ଅଛନ୍ତି । ଧାମରା ମୁହାଣ ଠାରୁ ଦେବୀ ମୁହାଣ ଯାଏଁ ଏବଂ ଭିତରକନିକା ମଧ୍ୟରେ ଥିବା ନଦୀ ନାଳ ମାନଙ୍କରେ ଡଲଫିନ ଗଣନା କରାଯାଉଛି । ଗଣନା କାର୍ଯ୍ୟରେ ବାଇନାକୁଲାର , ଜିପିଏସ , କ୍ୟାମେରା, ହ୍ୟାଣ୍ଡିକ୍ୟାମ ପ୍ରଭୃତି ସାମଗ୍ରୀର ବ୍ୟବହାର କରାଯାଉଛି । ସକାଳ ୬ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ ଗଣନା କାର୍ଯ୍ୟ । ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ନିଷ୍ପତ୍ତି କ୍ରମେ ୨୦୧୫ ରୁ ଗହୀରମଥା ଓ ଭିତରକନିକା ଅଞ୍ଚଳରେ ଡଲଫିନ ଗଣନା କରାଯାଉଛି । ଚଳିତବର୍ଷ ପାଗ ଅନୁକୂଳ ଥିବାରୁ ଅଧିକ ଡଲଫିନ ଗଣନା କରାଯିବା ନେଇ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial