ପୁରୀ : ଶ୍ରୀମନ୍ଦିରରେ ଆଜି ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ | ଫାଲ୍ଗୁନ କୃଷ୍ଣ ଷଷ୍ଠି ତିଥିରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ | ଶ୍ରୀମନ୍ଦିରରେ ଦ୍ୱିତୀୟ ଭୋଗ ମଣ୍ଡପ ଭୋଗ ନୀତି ଶେଷ ହେବ ପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ |ଏଣୁ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ |ଏହାପରେ ପୁର୍ନବାର ଦର୍ଶନ ଆରମ୍ଭ ହେବ |
ଆଜି ବନକଲାଗି ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

Leave a Reply