ଭୁବନେଶ୍ୱର: ପଶ୍ଚିମାଝଡ଼ ପ୍ରଭାବରେ ଓଡ଼ିଶାରେ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ରାଜ୍ୟର ଉପକୂଳରୁ ଆରମ୍ଭ ଆଭ୍ୟନ୍ତରୀଣ ଅଞ୍ଚଳ ପର୍ଯ୍ୟନ୍ତ ବର୍ଷାରେ ଭିଜୁଛି । ଏହା ସହ ସାରା ରାଜ୍ୟରେ ପାଗ କୋହଲା ରହିଛି । ଦକ୍ଷିଣ ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ସୁଦୃଶ୍ୟ ଲଘୁଚାପ। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଏହି ସୁଦୃଶ୍ୟ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ଜାରି ରହିଛି ଝିପିଝିପି ବର୍ଷା। ତେବେ ଆସନ୍ତା ୪୮ ଘଣ୍ଟା ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ହେବାନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆଜି ଯାଜପୁର, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, ନୟାଗଡ, କନ୍ଧମାଳ, ଗଞ୍ଜାମ ନବରଙ୍ଗପୁର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି।ଆସନ୍ତାକାଲି ପାଇଁ ବି ଦକ୍ଷିଣ ଓଡିଶା ସମେତ ଉପକୂଳର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ। ୨୬ ପରଠୁ ପାଗ ଶୁଖିଲା ରହିବ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି ।
ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାସହ ପାଗ ମେଘୁଆ ରହିବ

Leave a Reply