ଜାନୁଆରି ୧୫ ତାରିଖ ପରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଜାନୁଆରୀ ୧୫ ତାରିଖ ପରେ ସୁଭଦ୍ରା ଟଙ୍କାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ କୌଣସି ସୂଚନା ଦେଇନାହାନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଡିସେମ୍ବର ୩୦ ତାରିଖ ଯାଏଁ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ମିଳିଥିଲା । ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଥିବା ବେଳେ ଏବେ ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି । ଅଙ୍ଗନବାଡ଼ି ଦିଦି ମାନେ ମଧ୍ୟ ଘର ଘର ବୁଲି ଯାଞ୍ଚ କରୁଛନ୍ତି । ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକା ଥରେ ଦୁଇଟି କିସ୍ତି ମିଳିବ ବୋଲି ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ । ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ମଧ୍ୟ ପ୍ରଥମ କିସ୍ତି ଟଙ୍କା ମିଳିବ ବୋଲି ସ୍ପଷ୍ଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial