ଭୁବନେଶ୍ୱର: ପ୍ରବାସୀ ଭାରତୀୟ ଦିବସ କାଯ୍ୟକ୍ରମରେ ଯୋଗ ଦେବା ପାଇଁ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜାନୁଆରୀ ୮ତାରିଖ ରାତି ୮ଟାରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ ଏବଂ ସିଧା ରାଜଭବନ ଯାଇ ସେଠାରେ ରାତ୍ରୀ ଯାପନ କରିବେ । ୯ ତାରିଖ ସକାଳ ୯ଟା ୪୫ରେ ରାଜଭବନରୁ ଜନତା ମଇଦାନ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୯ଟା ୫୫ରେ ଜନତା ମଇଦାନରେ ପହଞ୍ଚିବା ପରେ ୧୮ତମ ପ୍ରବାସୀ ଭାରତୀୟ ଦିବସ କାଯ୍ୟକ୍ରମରେ ଯୋଗ ଦେବେ। ଦିନ ୧୦ଟାରୁ ୧୧ଟା ୩୦ ପର୍ୟ୍ୟନ୍ତ ପ୍ରବାସୀ ଭାରତୀୟଙ୍କ ସହ ସମୟ ବିତାଇବେ ନରେନ୍ଦ୍ର ମୋଦୀ ଏବଂ ଏହାପରେ ଦିନ ୧୧ଟା ୫୫ରେ ଦିଲ୍ଲୀ ଅଭିମୁଖେ ବାହାରି ଯିବେ। ୮ତାରିଖରୁ ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ସମ୍ମିଳନୀ ଆରମ୍ଭ ହେବ ଏବଂ ଏହା ୧୦ ତାରିଖ ପର୍ୟ୍ୟନ୍ତ ଚାଲିବ। ବିଦେଶ ଅତିଥି ମାନେ ରାଜ୍ୟରେ ଏବେଠୁ ପହଞ୍ଚିଲେଣି ।
ଜାନୁଆରୀ ୮ ରେ ଭୁବନେଶ୍ୱର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ : ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମରେ ସାମିଲ ହେବେ।

Leave a Reply