ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ରେଖା ଗୁପ୍ତା ,ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ କ୍ଷମତାକୁ ଫେରିଲା ବିଜେପି

ନୂଆଦିଲ୍ଲୀ : ଆଜିଠୁ ଦିଲ୍ଲୀରେ ରେଖା ସରକାର | ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ରେଖା ଗୁପ୍ତା | ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ କ୍ଷମତାକୁ ଫେରିଲା ବିଜେପି |ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରାମଲୀଳା ପଡିଆରେ ଶପଥ ନେଇଛନ୍ତି ରେଖା ଗୁପ୍ତା | ଦିଲ୍ଲୀ ଉପରାଜ୍ୟପାଳ ବିନୟ କୁମାର ସକସେନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି |ଏବଂ ତାଙ୍କ ସହ ପରବେଶ ବର୍ମା ବି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି |ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ,ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତପ୍ରକାଶ ନଡ୍ଡା , ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଦଳର ଅନେକ ବରିଷ୍ଠ ନେତା ଯୋଗ ଦେଇଛନ୍ତି | ଦିନ ୩ଟାରେ ବିଜେନ୍ଦ୍ର ଗୁପ୍ତାଙ୍କ ଅଧ୍ୟକ୍ଷତାରେ ପ୍ରଥମ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ |

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial