ଦୁର୍ଘଟଣାରେ ଚାଲିଗଲା ମାଟ୍ରିକ ପରୀକ୍ଷାର୍ଥୀଙ୍କ ଜୀବନ , ଜଣେ ଗୁରୁତର

ମାଲକାନଗିରି : ଦଶମ ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି | ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ଚନ୍ଦନଗୁଡା ନିକଟରେ ପିକଅପ ଭ୍ୟାନ ସହ ବାଇକ ଧକ୍କା ହୋଇ ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଛି | ଆଉ ଜଣେ ଗୁରୁତର ହୋଇଛନ୍ତି |

ମୃତ ଛାତ୍ରଙ୍କ ନାମ ବିକ୍ରମ ସରଦାର ଓ ଗୁରୁତର ଛାତ୍ର ଜଣଙ୍କ ତାପସ ସରଦାର ବୋଲି ସୂଚନା ମିଳିଛି | ପଦ୍ମଗିରି ବିଦ୍ୟାଳୟ ଛାତ୍ର ସେରପାଲି ପରୀକ୍ଷା କେନ୍ଦ୍ରକୁ ପରୀକ୍ଷା ଦେବାକୁ ଯାଉଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି | ଆଜି ଶେଷ ପରୀକ୍ଷା ଥିଲା | ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ କରୁଛି |

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial