ପୁଣି ବର୍ଷିବ ବର୍ଷା : ୪ଟି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର : ପଶ୍ଚିମା ଝଡ଼ ପ୍ରଭାବରେ ୨୮ ରୁ ୩୦ ତାରିଖ ମଧ୍ୟରେ ଉତ୍ତର ତଥା ଉତ୍ତର-ପଶ୍ଚିମ ଓଡ଼ିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ୩୧ ତାରିଖରୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବ। ଅର୍ଥାତ୍‌ ନୂଆବର୍ଷ ବେଳକୁ ପ୍ରବଳ ଶୀତ ଅନୁଭୂତ ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପଟେ ଶନିବାର ଘନ କୁହୁଡ଼ି ନେଇ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ନବରଙ୍ଗପୁର ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୮ ଏବଂ ୨୯ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରଭାବ ଦେଖାଇବ ପଶ୍ଚିମାଝଡ଼ । ଫଳରେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।ତେବେ ସେହି ଜିଲ୍ଲା ଗୁଡିକ ହେଉଛି ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର ଏବଂ ସୋନପୁର ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ସେହପରି ୨୯ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial