ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼ : ଯୁବକ ଗୁରୁତର

ନୟାଗଡ଼ : ନୟାଗଡ଼ ଜିଲ୍ଲା ରଣପୁର ଥାନା ରାଜସୁନାଖଳାରେ ବିଳମ୍ବିତ ରାତିରେ ବୋମା ଫୁଟିବା ଫଳରେ ଜଣେ ଯୁବକ ଗୁରୁତର ହୋଇଛନ୍ତି | ଗୁରୁତର ଜଣଙ୍କ ହେଉଛନ୍ତି ଯୁବ ବ୍ୟବସାୟୀ ସନ୍ତୋଷ କୁମାର ସାହୁ | ପୂର୍ଵ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼ କରିଥିବା ନେଇ ସୂଚନା ମିଳିଛି | ଗୁରୁତର ଭାବେ ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି | ଗତକାଲି ବିଳମ୍ବିତ ରାତିରେ ଘଟିଛି ଏଭଳି ଦୁର୍ଘଟଣା | ରାଜସୁନାଖଳା ତଳ ବଜାରରେ ଦୋକାନ ବାଣ୍ଡ କରି ଘରକୁ ଫେରୁଥିବା ବେଳେ ପେଟ୍ରୋଲ ପମ୍ପ ନିକଟରେ ସନ୍ତୋଷ କୁମାର ସାହୁଙ୍କ ଉପରେ ବୋମା ମାଡ଼ ହୋଇଥିଲା | ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା ଏବଂ ପରେ ଭୁବନେଶ୍ୱର ସ୍ଥାନାନ୍ତର ହୋଇଛନ୍ତି| ବୋମା ମାଡ଼ର ପ୍ରକୃତ କାରଣ ଅସ୍ପଷ୍ଟ ରହିଥିବା ବେଳେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼ କରାଯାଉଥିବା ନେଇ ସନ୍ଦେହ କରାଯାଉଛି | ଘଟଣାସ୍ଥଳରେ ରାଜସୁନାଖଳା ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଚଳାଇଛି | ଦୃର୍ବତ୍ତ ମାନଙ୍କୁ ଗିରଫ କରିବାକୁ ଉଦ୍ୟମ କରୁଥିବା ନେଇ ସୂଚନା ମିଳିଛି |

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial