ବନକଲାଗି ନୀତି ପାଇଁ ୨ ଦିନ ବନ୍ଦ ରହିବ ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ

ପୁରୀ : ଆସନ୍ତାକାଲି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ ।

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ୧୯ ଓ ୨୦ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି |

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial