ଅକ୍ଷର ବ୍ୟୁରୋ : ଆଜିଠୁ ଦିଲ୍ଲୀରେ ରେଖା ସରକାର | ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ରେଖା ଗୁପ୍ତା | ଦୀର୍ଘ ୨୭ ବର୍ଷ ପରେ ଦିଲ୍ଲୀରେ କ୍ଷମତାକୁ ଫେରିଲା ବିଜେପି |ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରାମଲୀଳା ପଡିଆରେ ଶପଥ ନେଇଛନ୍ତି ରେଖା ଗୁପ୍ତା | ଦିଲ୍ଲୀ ଉପରାଜ୍ୟପାଳ ବିନୟ କୁମାର ସକସେନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି |ଏବଂ ତାଙ୍କ ସହ ପରବେଶ ବର୍ମା ବି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି | ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସୌଜନ୍ୟ ମୂଳକ ସାକ୍ଷାତକାର କରିଛନ୍ତି ରେଖା ଗୁପ୍ତା |
ରାଷ୍ଟ୍ରପତିଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା

Leave a Reply