ଆଗାମୀ ୩ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଗାମୀ ୩ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ ସତର୍କ ସୂଚନା । କାଳବୈଶାଖୀର ପୂର୍ବାନୁମାନ କରି ୧୭ଟି ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ବିଜୁଳି ଓ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଓଡ଼ିଶାରେ ଜୁନ ୧ ପର୍ଯ୍ୟନ୍ତ ବିଚ୍ଛିନ୍ନ ଭାବେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଏବଂ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ହେବାର ସମ୍ଭାବନା ରହିଛି । ଶୁକ୍ରବାର କାଳାହାଣ୍ଡି, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ବଲାଙ୍ଗୀର, ବୌଦ୍ଧ, ବରଗଡ଼, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦୁଝର, ଅନୁଗୁଳ, ଧେନକାନାଳ ଏବଂ ଗଜପତି ଜିଲ୍ଲାରେ ଦିନର ଅପରାହ୍ନ ବା ସଂଧ୍ୟା ସମୟରେ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡ଼ିଶା ଉପକୂଳରେ ମେ ୩୦ ପର୍ଯ୍ୟନ୍ତ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ୬୦ କିଲୋମିଟର ପର୍ଯ୍ୟନ୍ତ ଗତି କରିପାରେ। ଏହା ସହିତ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମାଲକାନଗିରି, କୋରାପୁଟ ଏବଂ ଗଜପତି ଜିଲ୍ଲାକୁ ସମ୍ପୂର୍ଣ୍ଣ ଆଚ୍ଛାଦିତ କରିଛି। ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, କାଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାର ଅଧିକାଂଶ ଅଞ୍ଚଳକୁ ମଧ୍ୟ ଏହା ଆଚ୍ଛାଦିତ କରିଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial