ଆସନ୍ତା ଦୁଇଦିନ ବର୍ଷାରେ ଭିଜିବ ଓଡ଼ିଶା; ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି।

ଆସନ୍ତା ଦୁଇଦିନ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଭିଜିବ ଉତ୍ତର, ପଶ୍ଚିମ ଏବଂ ଉପକୂଳ ଓଡ଼ିଶା । ଆଜି ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହାସହ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ନାହିଁ । କିନ୍ତୁ ରାଜ୍ୟର କିଛି ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସମୟରେ ଚାଷୀ ମାନଙ୍କୁ ସତର୍କ ରହିବା ପାଇଁ ସୂଚନା ଜାରି କରିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial