ଦୁଇ ଦିନ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ: ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

ଦୁଇ ଦିନ ଭିତରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଦେଇଛନ୍ତି ସୂଚନା। ମନ୍ତ୍ରୀ କହିଛନ୍ତି, ‘ଆଉ ବିଳମ୍ବ ହେବନି, ପିଲାମାନେ ବ୍ୟସ୍ତ ହୁଅନ୍ତୁ ନାହିଁ’। ଯେହେତୁ ଆଜି ଯୁକ୍ତ ୩ ଆବେଦନର ଶେଷ ତାରିଖ। ଉଚ୍ଚଶିକ୍ଷା ବିଭାଗକୁ ସମୟସୀମା ବୃଦ୍ଧି ପାଇଁ ନିବେଦନ କରିବୁ। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଥିଲେ। ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଥିଲେ।

ତେବେ ଯୁକ୍ତ ଦୁଇ ରେଜଲ୍ଟ ବାହାରି ନଥିବାରୁ ପିଲାମାନେ ଯୁକ୍ତ ୩ ପାଇଁ ଆବେଦନ କରିପାରି ନାହାନ୍ତି। ଏନେଇ ଅଭିଯୋଗ ଆସିବା ପରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆସନ୍ତା ଦୁଇ ଦିନ ମଧ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ସ୍ପଷ୍ଟ କରିଛନ୍ତି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୭ ଯାଏ ଅନୁଷ୍ଠିତ ହୋଇଥିଲା। ବର୍ତ୍ତମାନ ସମସ୍ତଙ୍କ ଅପେକ୍ଷା ପରୀକ୍ଷା ଫଳକୁ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial