ଜାନୁଆରୀ ୬ରୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ

ଅକ୍ଷର ବ୍ୟୁରୋ: ଜାନୁଆରୀ ୬ରୁ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ ହେବ ସାତକୋଶିଆ। ଆସନ୍ତା ଜାନୁଆରୀ ୬,୭ ଓ ୮ ତାରିଖରେ ସାତତକୋଶିଆରେ କୁମ୍ଭୀର ଗଣନା ହେବ। ଏହାକୁ ଦୃଷ୍ଟିରେ ରଖି କାଲିଠୁ ଉଭୟ ପର୍ଯ୍ୟଟକ ଓ ମତ୍ସ୍ୟଜୀବୀଙ୍କୁ ସାତକୋଶିଆ ମନା କରାଯାଇଛି । ଏହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ ପକ୍ଷରୁ ସୂଚନା ମିଳିଛି|

ମହାନଦୀ ଗଣ୍ଡରେ ୨୩ କିମି ଯାଏ ଗଣନା କରାଯିବାର କାର୍ଯ୍ୟକ୍ରମ ରହିଛି | ଏବଂ ବନବିଭାଗର ୧୪ଟି ଦଳରେ ମୋଟ ୭୦ଜଣ କର୍ମଚାରୀ ନିୟୋଜିତ ରହିବେ। ଏଥିପାଇଁ ବନବିଭାଗ ପକ୍ଷରୁ ଦେଶୀଡଙ୍ଗାର ବ୍ୟବସ୍ଥା କରାଯାଇଥିବା ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି । ସୂଚାରୁରୂପେ ବିନା ବାଧାବିଘ୍ନରେ ଗଣନା କାର୍ୟ୍ୟ କରିବାକୁ ଲକ୍ଷ୍ୟ ରଖିଛନ୍ତି କର୍ତ୍ତୃପକ୍ଷ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial