+୩ ନାମଲେଖା ଆବେଦନ ପାଇଁ ସମୟସୀମା ବୃଦ୍ଧି କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

ଦୁଇ ଦିନ ଭିତରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ । ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପକ୍ଷରୁ ସୂଚନା ମିଳିଛି । ପରୀକ୍ଷାଫଳ ବାହାରିବାରେ ଆଉ ବିଳମ୍ବ ହେବନି । ପିଲାମାନେ ବ୍ୟସ୍ତ ନହେବା ପାଇଁ ମନ୍ତ୍ରୀ କହିଛନ୍ତି । ସେପଟେ ଯୁକ୍ତ-୩ ଆବେଦନର ଆଜି ଶେଷ ତାରିଖ ଥିଲା। +୨ ପରୀକ୍ଷା ଫଳ ଏଯାଏଁ ପ୍ରକାଶ ନପାଇଥିବାରୁ ଛାତ୍ରଛାତ୍ରୀମାନେ +୩ ନାମଲେଖା ପାଇଁ ଆବେଦନ କରି ପାରିନାହାଁନ୍ତି । ତେଣୁ +୩ ନାମଲେଖା ପାଇଁ ଆବେଦନ ଅବଧି ବୃଦ୍ଧି କରିବା ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଗଣଶିକ୍ଷା ମନ୍ତ୍ରୀ ଆଲୋଚନା କରିଛନ୍ତି । ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି।

ସୂଚନାନୁଯାୟୀ ପ୍ରଥମେ ମେ’ ୧୫ରୁ ୨୦ ତାରିଖ ମଧ୍ୟରେ ପରୀକ୍ଷାଫଳ ପ୍ରକାଶ ପାଇବାର ଥିଲା। ଏପ୍ରିଲ ୨୮ରେ ଖାତା ଦେଖା ଶେଷ ହେବାକୁ ଥିବା ବେଳେ ଏପ୍ରିଲ ୩୦ ତାରିଖରେ ଖାତାଦେଖା ଶେଷ ହୋଇଥିଲା। ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ କେତେକ ସ୍ଥାନରେ ଖାତା ଦେଖିବାକୁ ସେଣ୍ଟର ଆସିବାକୁ ସମସ୍ୟା ହୋଇଥିଲା। ଫଳରେ ସକାଳେ କି ସନ୍ଧ୍ୟାରେ ସେଣ୍ଟର ଖୋଲିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial