ରାଜଧାନୀରେ ଘନ କୁହୁଡ଼ି ନେଇ ସତର୍କ ସୂଚନା ଜାରି

ଭୁବନେଶ୍ବର : ରାଜଧାନୀରେ ଘନ କୁହୁଡ଼ି ନେଇ ସତର୍କ ସୂଚନା ଜାରି ହୋଇଛି |
ଭୁବନେଶ୍ବର ଓ କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ୧୦ ମିଟର ଆଗକୁ ଦେଖାଯାଉନି ରାସ୍ତା । ଘନ କୁହୁଡ଼ି ଯୋଗୁଁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ । ସେପଟେ ଗଞ୍ଜାମ, ଗଜପତି, କଳାହାଣ୍ଡି ସମେତ ୬ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ଆଲର୍ଟ ଜାରି କରାଯାଇଛି ।

ଆସନ୍ତାକାଲିଠାରୁ ବଢିବ ତାପମାତ୍ରା । ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଗଞ୍ଜାମ, ଗଜପତିରେ ତାପମାତ୍ରା ବଢିବ । ଏହାସହ ଆଭ୍ୟନ୍ତରୀଣ ଓଡ଼ିଶାରେ ବି ତାପମାତ୍ରା ବୃଦ୍ଧି ହେବ । ତେବେ ଆସନ୍ତା ୭ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ
ଆସନ୍ତା ୧୩ ତାରିଖ ଯାଏ ଘନ କୁହୁଡ଼ି ନେଇ ସତର୍କତା ରହିଥିବା ବେଳେ ସୁନ୍ଦରଗଡ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ ଓ କୋରାପୁଟରେ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆସନ୍ତା ୨୪ ଘଣ୍ଟାରେ ଝାରସୁଗୁଡା କେନ୍ଦୁଝର ,ଖୋର୍ଦ୍ଧା , କଟକ, ଜଗତସିଂହପୁର, କେନ୍ଦ୍ରାପଡା ଏବଂ କଳାହାଣ୍ଡିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ନେଇ ସତର୍କତା ଜାରିକରାଯାଇଛି । ଆସନ୍ତାକାଲି କୋରାପୁଟ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ଓ ସୁନ୍ଦରଗଡରେ ଘନ କୁହୁଡିର ଦୃଶ୍ୟକୁ ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରିକରିଛି ପାଣିପାଗ ବିଭାଗ

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial