ଯୁବଶକ୍ତିଙ୍କୁ ମାର୍ଗଦର୍ଶନ କରିବା ନିମନ୍ତେ ଦିନିକିଆ ଆସ୍କା ଗସ୍ତରେ ମୁଖ୍ୟମନ୍ତ୍ରୀ।

ଆଜି ଆସ୍କା ଯିବେ ମୁଖ୍ୟମନ୍ତ୍ରୀ । ଗଞ୍ଜାମ ଜିଲ୍ଲାକୁ ପୁଣି ଥରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଗସ୍ତ କାର୍ଯ୍ୟକ୍ରମ ରହିଛି । ଏନେଇ ଜିଲ୍ଲାରେ ପ୍ରସ୍ତୁତି ଜୋରଦାର କରାଯାଇଛି । ଯୁବଶକ୍ତିଙ୍କୁ ଦିଗ ମାର୍ଗଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଆଜି ସକାଳ ୯ଟା ୩୦ମିନିଟ୍ ରେ ଆସ୍କା ସ୍ଥିତ ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ଖେଳ ପଡ଼ିଆରେ ରାଜ୍ୟ କ୍ରୀଡ଼ା ଓ ଯୁବ ସେବା ବିଭାଗ ଆନୁକୁଲ୍ୟରେ ଯୁବଶକ୍ତି ସମାବେଶ ଅନୁଷ୍ଠିତ ହେବ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଦିଗ୍ ଦର୍ଶନ କରିବେ । ପରେ ମାଆ ଖମ୍ବେଶ୍ୱରୀଙ୍କ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଏହି ଗସ୍ତରେ ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ, ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial