ସରିଲା ରତ୍ନଭଣ୍ଡାର ମରାମତି କାମ; ଅଗଷ୍ଟ ମାସରେ ହେବ ଗଣତି:

ସରିଲା ରତ୍ନଭଣ୍ଡାର ମରାମତି କାମ । ଖୁବଶୀଘ୍ର ହେବ ଗଣତି ମଣତି । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥୀରାଜ ହରିଚନ୍ଦନ । ଅଗଷ୍ଟ ମାସରେ ଗଣତି ମଣତି ହେବା ସମ୍ଭାବନା । ଉଚ୍ଚସ୍ତରୀୟ କମିଟି ବୈଠକରେ ହେବ ଚୁଡାନ୍ତ ନିଷ୍ପତ୍ତି । ଦୁଇ ଜଣ ଏକ୍ସପର୍ଟ ଦେବାକୁ ଆରବିଆଇକୁ ଚିଠି ଲେଖାଯିବ । ଯେଉଁ ମାନେ ସୋମନାଥ ମନ୍ଦିର ଓ ବିଭିନ୍ନ ବଡ ମନ୍ଦିରରେ ଅଳଙ୍କାର ଗଣତି କରିଥିବେ ସେମାନଙ୍କର ଅଭିଜ୍ଞତା ଥିବ । ରତ୍ନ ଅଳଙ୍କାର ରଖିବା ପାଈଁ ନୂଆ ସିନ୍ଦୁକ ପ୍ରସ୍ତୁତ କରାଯାଇଛି । ଅଭିଜ୍ଞ ବଣିଆ ଚିହ୍ନଟ କରାଯିବ । ରତ୍ନଭଣ୍ଡାର ମରାମତି ପରେ ଶତାଧିକ ବର୍ଷ ସ୍ଥାୟୀତ୍ୱ ରହିବ । ରତ୍ନଭଣ୍ଡାର ମରାମତି ପରେ ASI ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରି ସାରିଛି ।

ସୂଚନା ଅନୁଯାୟୀ, ନୀଳାଦ୍ରିବିଜେ ପୂର୍ବରୁ ଉଭୟ ଭିତର ଓ ବାହାର ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ଶେଷହୋଇଛି । ମହାପ୍ରଭୁଙ୍କ କୃପାରୁ ଏହା ସମ୍ଭବ ହୋଇଥିବା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ । ଭିତର ଓ ବାହାର ରତ୍ନଭଣ୍ଡାରରେ ତିନିଟି ଲେଖାଏଁ ତାଲା ପକାଯାଇ ଜଉମୁଦ କରାଯାଇଛି । ଚାବିଗୁଡ଼ିକୁ ଉପଯୁକ୍ତ ସ୍ଥାନରେ ରଖାଯାଇଛି । ରତ୍ନଭଣ୍ଡାର ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ । ଅତି କମ୍‌ରେ ଏହା ୨ଶହ ବର୍ଷ ପର୍ଯ୍ୟନ୍ତ ସୁରକ୍ଷିତ ରହିବ । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଓ ସ୍ୱତନ୍ତ୍ର ମାର୍ଗଦର୍ଶିକା ଅନୁଯାୟୀ ଅସ୍ଥାୟୀ ଖଟ ଓ ଫୁଲ ଶେଯ ଘରେ ରହିଥିବା ରତ୍ନ ଅଳଙ୍କାର ରତ୍ନଭଣ୍ଡାରକୁ ଅଣାଯିବ ବୋଲି ଡ. ପାଢ଼ୀ ସୂଚନା ଦେଇଛନ୍ତି । ମହାପ୍ରଭୁଙ୍କ ନୀତିକାନ୍ତି କିମ୍ବା ଦର୍ଶନ ବ୍ୟାଘାତ ନକରି କାମ କରାଯାଇଛି । ଅନେକ ଦିନ ୧୬ରୁ ୧୭ ଘଣ୍ଟା କାମ ହୋଇଛି । ଏହା ଆମପାଇଁ ଏକ ଗର୍ବର ବିଷୟ ବୋଲି ସେ କହିଛନ୍ତି । ୨୦୨୪ ଜୁଲାଇ ୧୪ରେ ରତ୍ନଭଣ୍ଡାର ଖୋଲାଯାଇଥିଲା । ଏହାର ମରାମତି ପାଇଁ ସରକାରଙ୍କ ଠାରୁ ଅନୁମତି ଓ ସ୍ୱତନ୍ତ୍ର ମାର୍ଗଦର୍ଶିକା ଆସିଥିଲା । ଅସ୍ଥାୟୀ ଖଟ ଓ ଫୁଲଶେଯ ଘରକୁ ଷ୍ଟ୍ରଙ୍ଗ୍‌ରୁମ୍‌ କରାଯାଇଥିଲା ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial