କଂଗ୍ରେସ ସମ୍ବିଧାନ ହତ୍ୟା କରିଥିବା ଦଳ, କହିଲେ ପୃଥ୍ୱୀରାଜ ହରିଚନ୍ଦନ

ରାହୁଲ ଗାନ୍ଧି ଅବାନ୍ତର କଥା କହୁଛନ୍ତି କହିଲେ ଆଇନ ମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ଼ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ ପାଇଁ ରଥ ରୋକାଯିବା କଥା ମିଛ ବୋଲି କହିଲେ ପୃଥ୍ବୀରାଜ ହରିଚନ୍ଦନ । ସବୁ ବର୍ଷ ରଥ ୨ ଦିନରେ ଲାଗେ, କଂଗ୍ରେସ ଓ ବିଜେଡି ମିଛ ପ୍ରଚାର କରୁଛନ୍ତି । କଂଗ୍ରେସ ସମ୍ବିଧାନ ହତ୍ୟା କରିଥିବା ଦଳ, ଏବେ ନାଟକ କରୁଛି ।

ସୂଚନା ଯୋଗ୍ୟ ଯେ, ଆଜି ଓଡ଼ିଶା ଆସିଛନ୍ତି ରାହୁଲ ଗାନ୍ଧୀ । ବରମୁଣ୍ଡା ପଡ଼ିଆରେ ଆୟୋଜିତ ହୋଇଥିବା ବିଶାଳ ସମ୍ବିଧାନ ବଞ୍ଚାଅ ସମାବେଶରେ ଯୋଗ ଦେଇ ରାହୁଲ ଗାନ୍ଧୀ ରଥଯାତ୍ରା ପ୍ରସଙ୍ଗ ଉଠାଇଛନ୍ତି । ସେ କହିଛନ୍ତି, ଓଡ଼ିଶାରେ ରଥଯାତ୍ରା ହେଉଛି କୋଟି କୋଟି ଲୋକ ଆସୁଛନ୍ତି, ରଥ ଟାଣୁଛନ୍ତି । ହେଲେ ଏକ ଡ୍ରାମା ହେଉଛି, ରଥକୁ ଆଦାନୀ ଆଉ ତାଙ୍କ ପରିବାର ପାଇଁ ଅଟକାଇ ଦିଆଯାଉଛି । ଏଥିରୁ ଆପଣ ଓଡ଼ିଶା ସରକାର ବିଷୟରେ ଜାଣିପାରୁଥିବେ । ଏହା ଓଡ଼ିଶା ସରକାର ନୁହେଁ ଏହା ଆଦାନୀ ସରକାର । ଏହାର ଲକ୍ଷ୍ୟ ଆପଣଙ୍କ ଜମି, ଜଙ୍ଗଲ ଆଉ ଭବିଷ୍ୟତକୁ ଚୋରି କରିବା । ଆପଣଙ୍କ ସରକାର ଓଡ଼ିଶା ଯୁବକଙ୍କ ପାଇଁ କେତେ ରୋଜଗାର ସୃଷ୍ଟି କରିଛନ୍ତି ? ବଡ ବଡ଼ କମ୍ପାନି ଆସୁଛନ୍ତି ଆପଣଙ୍କ ଜମି ନେଇଯାଉଛନ୍ତି, ଧନ ନେଇଯାଉଛନ୍ତି ଆପଣଙ୍କ ଖଣି ନେଇଯାଉଛନ୍ତି ଆପଣଙ୍କୁ କେତେ ରୋଜଗାର ଦେଉଛନ୍ତି ?

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial