ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଓଡ଼ିଶା ଫେରୁଛନ୍ତି । ମଧ୍ୟାହ୍ନରେ ଭୁବନେଶ୍ୱର ଫେରିବେ ନବୀନ ପଟ୍ଟନାୟକ । ଗତ ୨୦ ତାରିଖରେ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ୨୨ ତାରିଖରେ ତାଙ୍କର ଅପରେସନ ହୋଇଥିଲା । ସେ ଏବେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଡ଼ାକ୍ତରଙ୍କ ପରାମର୍ଶକ୍ରମେ ଚିକିତ୍ସାରେ ଥିଲେ । ସୁସ୍ଥ ହେବା ପରେ ଆଜି ମୁମ୍ବାଇରୁ ଭୁବନେଶ୍ୱର ଫେରିବେ । ତାଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରୁ ଦଳୀୟ ନେତା ଓ କର୍ମୀ ନବୀନ ନିବାସ ଯାଏଁ ସ୍ୱାଗତ କରିବେ । ଏନେଇ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର ସୂଚନା ଦେଇଛନ୍ତି ।
ଆଜି ଓଡ଼ିଶା ଫେରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

Leave a Reply