ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରୁ ଫେରିଲେ । ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଆଲୋଚନା ହୋଇନି କହିଲେ ମନମୋହନ । ଦଳର ବିଭିନ୍ନ ସାଂଗଠନିକ ବିଷୟରେ କଥାବାର୍ତ୍ତା ହୋଇଛି । ଖୁବ୍ଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ । ଆଜି ବି ବୈଠକ ଅଛି, ସାଂଗଠନିକ ବିଷୟରେ ଆଲୋଚନ ହେବ । ବିଜେପିର ନୂଆ କାର୍ଯ୍ୟକାରିଣୀରେ କିଛି ନୂଆ ଲୋକଙ୍କୁ ନିଆଯିବ ଏବଂ କିଛି ପୁରୁଣା କାର୍ଯ୍ୟକର୍ତ୍ତା ପୂର୍ବ ଭଳି ଦାୟିତ୍ୱରେ ରହିବେ ।
ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ଶ୍ରୀ ସାମଲ କହିଛନ୍ତି, ରାଜ୍ୟର ସାଂଗଠନିକ ଓ ଅନ୍ୟାନ୍ୟ କାମ ବିଷୟରେ ଆଲୋଚନା ଲାଗି ନୂଆଦିଲ୍ଲୀ ଯାଇଥିଲେ । ବିଜେପିର ନୂଆ କାର୍ଯ୍ୟକାରିଣୀରେ କିଛି ନୂଆ ଲୋକଙ୍କୁ ନିଆଯିବ ଏବଂ କିଛି ପୁରୁଣା କାର୍ଯ୍ୟକର୍ତ୍ତା ପୂର୍ବ ଭଳି ଦାୟିତ୍ବରେ ରହିବେ । ତେବେ ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ସଂପର୍କରେ ସେ କହିଛନ୍ତି, ଏବେ ସେଭଳି କୌଣସି ସମ୍ଭାବନା ନାହିଁ । ଏନେଇ ନୂଆଦିଲ୍ଲୀରେ କୌଣସି ଆଲୋଚନା ମଧ୍ୟ ହୋଇନାହିଁ । ତେବେ ଠିକ୍ ସମୟରେ ନିଗମ ଅଧ୍ୟକ୍ଷ ପଦବୀ ପୂରଣ କରାଯିବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ।
ତେବେ ବିରୋଧୀ ଅନାସ୍ଥା ପ୍ରସ୍ତାବ ଆଣିବା ପ୍ରସଙ୍ଗରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ବିରୋଧୀଙ୍କ ଅଧିକାର ରହିଛି ଅନାସ୍ଥା ପ୍ରସ୍ତାବ ଆଣିବାର । କଂଗ୍ରେସ ଆଣିବାକୁ ଚାହିଁଲେ ଆଣିବ ଓ ବିଜେଡି ସମର୍ଥନ ଜଣାଇଲେ ଜଣାଇବା । ଆସିଲେ ଆମେ ସାମ୍ନା କରିବୁ, ସେଥିପାଇଁ ଆମେ ପ୍ରସ୍ତୁତ ଅଛୁ ।
Leave a Reply