ବଙ୍ଗୋପସାଗରରେ ଲଘୁଚାପ କେନ୍ଦ୍ରୀଭୂତ; ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ।

ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ପାଇଁ ସୁନ୍ଦରଗଡ, ଝାରସୁଗୁଡା ଏବଂ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି । ୨୭ ତାରିଖ ଅର୍ଥାତ ରବିବାର ଦିନ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡରେ ପ୍ରବଳ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ବି ବର୍ଷା ହୋଇପାରେ । ସେପଟେ ହୀରାକୁଦର ୨୦ଟି ଗେଟ୍‍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଉପର ମୁଣ୍ଡରେ ବର୍ଷା ଜାରି ରହିଥିବାରୁ ଗେଟ୍‍ ସଂଖ୍ୟା ବଢିବା ସମ୍ଭାବନା ରହିଛି । ନଦୀ ଜଳସ୍ତର ବଢୁଥିବାରୁ ସତର୍କ କରିଛି ଜଳସମ୍ପଦ ବିଭାଗ । ଅବପାତ ବର୍ଷାକୁ ନେଇ ଜିଲାପାଳମାନେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି । ଏହାସହିତ ୨୮ ତାରିଖ ଯାଏଁ ସମୁଦ୍ରକୂ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial