ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶୋଭନା ମହାନ୍ତି ।

ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶୋଭନା ମହାନ୍ତି । ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟା ମାନେ ମଧ୍ୟ ଦାୟିତ୍ୱ ନେଇଛନ୍ତି । ଦାୟିତ୍ୱ ନେବା ପରେ ପ୍ରତିକ୍ରିୟା ରଖି କହିଛନ୍ତି, ବର୍ତ୍ତମାନ ସମାଜରେ ପ୍ରତ୍ୟେକ ସ୍ତରରେ ଦୁର୍ଘଟଣା ଘଟିଚାଲିଛି । ପେସାରେ ଜଣେ ଓକିଲ ହୋଇଥିବାରୁ ଯାହା ତଦନ୍ତ ପରିସରକୁ ଆସିବ, ତାଙ୍କୁ ନ୍ୟାୟ ଦେବା ପାଇଁ ଉଦ୍ୟମ ରହିବ ।

କମିଶନଙ୍କ ଉପରେ କୌଣସି ଚାପ ରହିବ ନାହିଁ । ସମସ୍ତଙ୍କ ସ୍ୱାର୍ଥ ରକ୍ଷା ପାଇଁ ଉଦ୍ୟମ ରହିବ । ମହିଳା କମିଶନ ହେଉଛି ମହିଳାଙ୍କ ବାପ ଘର । ଯିଏ ଦୋଷୀ ସେ ଦଣ୍ଡ ପାଇବ । ବାଲେଶ୍ୱର, ବଳଙ୍ଗା ଓ ପଟ୍ଟାମୁଣ୍ଡାଇ ଘଟଣାରେ ତ୍ୱରିତ ପଦକ୍ଷେପ ନିଆଯାଇଛି । ଆଗକୁ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ନୂତନ ଭାବେ ଦାୟିତ୍ୱ ନେଇଥିବା ମହିଳା କମିଶନ ଅଧ୍ୟକ୍ଷା । ସମାଜର ଅସହାୟ ଅବହେଳିତ ମହିଳାଙ୍କ ସୁରକ୍ଷା ଏବଂ ନ୍ୟାୟ ପାଇଁ କାମ କରିବା ସହ ପ୍ରତିଟି ମହିଳା କିପରି ସୁରକ୍ଷା ପାଇବେ ତୃଣମୂଳ ସ୍ତରରେ ସେ ଦିଗରେ ଚେଷ୍ଟିତ ରହିବି ବୋଲି କହିଛନ୍ତି ।  

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial