ଆଜି ଶ୍ରୀମନ୍ଦିରରେ ପାଳନ ହେବ କୃଷ୍ଣ ଜନ୍ମ ନୀତି; ୭ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ।

ଆଜି ଶ୍ରୀମନ୍ଦିରରେ ହେବ କୃଷ୍ଣ ଜନ୍ମ ନୀତି । ଆପାତତଃ ସନ୍ଧ୍ୟା ୭ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ । ସନ୍ଧ୍ୟାଧୂପ ଭୋଗ ଛେକ ପରେ କୃଷ୍ଣ ଜନ୍ମ ନୀତିଠୁ ଶେଷ ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା । ଶୁକ୍ରବାର ଶ୍ରୀମନ୍ଦିରରେ ସନ୍ଧ୍ୟା ଧୂପ ପରେ ଶ୍ରୀକୃଷ୍ଣ ଜନ୍ମ ନୀତି ଆରମ୍ଭ ହେବ । ଏହା ସନ୍ଧ୍ୟା ୭ଟାରୁ ଆରମ୍ଭ ହୋଇ ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ । ଶ୍ରୀମନ୍ଦିରରେ ସନ୍ଧ୍ୟା ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ । ଏହାପରେ ଭଣ୍ତାର ଘର ସମ୍ମୁଖରେ ଶ୍ରୀକୃଷ୍ଣଙ୍କ ମୂର୍ତ୍ତି ରଖାଯାଇ ପୂଜା କରାଯିବ । ୨ ଜଣ ମହାଜନ ସେବକ ଦେବକୀ ଓ ବସୁଦେବ ହୋଇ ଏହି ଜନ୍ମନୀତି ପାଳନ କରିବେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial