ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା; ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପାଠ୍ୟ ପୁସ୍ତକ ପିଲାଙ୍କୁ ମାଗଣା ଦିଆଯିବ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟରେ ୪୫ ହଜାର ଶିକ୍ଷକ ନିଯୁକ୍ତି ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତନ୍ମଧ୍ୟରୁ ୪୦ ହଜାର ନୂତନ ଶିକ୍ଷକ ପଦବୀ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଏପରିକି ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପିଲାଙ୍କୁ ମାଗଣାରେ ପାଠ୍ୟ ପୁସ୍ତକ ଦିଆଯିବ। ସ୍କିମାଟିକ ପ୍ରାଥମିକ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏପରିକି BSE ଏବଂ CHSEକୁ ମିଶାଇ ଗୋଟିଏ ବୋର୍ଡ କରାଯିବ। ଫଳରେ ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ମିଶିଯିବା ନେଇ ଏକ ପ୍ରକାଶ ସ୍ପଷ୍ଟ ହୋଇଯାଇଛି।

ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱ ଆରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୩୬ରେ ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ପ୍ରାଥମିକ ଶିକ୍ଷାର ଯଥେଷ୍ଟ ଗୁରୁତ୍ୱ ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରି ଏହି ପରାମର୍ଶ ଦେବା ସହିତ ଅନେକ ନୂତନ ନିଷ୍ପତ୍ତି ନେଇଛନ୍ତି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial