ଶ୍ରୀମନ୍ଦିର ପରିସରରେ ଶିଶୁମାନଙ୍କ ପାଇଁ ହେବ ସ୍ତନ୍ୟପାନ ଗୃହ । ବିଶେଷକରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଓ ମା’ମାନଙ୍କ ପାଇଁ ବ୍ୟବସ୍ଥା । ଏନେଇ ସ୍ୱତନ୍ତ୍ର ଗୃହ ସ୍ଥାପନ ପାଇଁ ସ୍ଥାନ ନିରୂପଣ କରାଯାଇଥିବା ସୂଚନା । ଶ୍ରୀମନ୍ଦିର ପରିସର ଶାଖା କାର୍ଯ୍ୟାଳୟ ନିକଟରେ ସ୍ତନ୍ୟପାନ ଗୃହ ପାଇଁ ନିଷ୍ପତ୍ତି । ସ୍ତନ୍ୟପାନ ଗୃହ ପରିଚାଳନା ପାଇଁ ଜଣେ ସ୍ୱତନ୍ତ୍ର ମହିଳା ସହାୟିକା ରହିବେ । ତୁରନ୍ତ କାର୍ଯ୍ୟକାରୀ ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ । ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ମହିଳା ଭକ୍ତ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି । ବିଶେଷ କରି ସ୍ତନ୍ୟପାନ ଉପରେ ନିର୍ଭରଶୀଳ ଶିଶୁ ଏବଂ ମା’ ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏଭଳି ଯୋଜନା ଚିନ୍ତିଛନ୍ତି ।
ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ଶିଶୁ ଓ ମା’ମାନଙ୍କ ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପ୍ରଶାସନର ଏଭଳି ନିଷ୍ପତ୍ତି ।

Leave a Reply