ଆହୁରି ସକ୍ରିୟ ହେଉଛି ଘୃର୍ଣ୍ଣିବଳୟ, ୩ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୃର୍ଣ୍ଣିବଳୟ ଆହୁରି ସକ୍ରିୟ ହୋଇଛି । ପ୍ରଭାବରେ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଗାମୀ ୩ ଦିନ ବର୍ଷା ସମ୍ଭାବନା ରହିଛି ।  ଏଥିପାଇଁ ରାଜ୍ୟର ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଉଭୟ ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ବିଜୁଳି ଓ ଘଡ଼ଘଡି ନେଇ ସର୍ତକତା ଜାରି କରିଛି ପାଣିପାଗ ବିଭାଗ । ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି  । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial