ଅକ୍ଷର ବ୍ୟୁରୋ : ଗ୍ରାମାଞ୍ଚଳର ବିକାଶ ନିମନ୍ତେ ରାଜ୍ୟ ସରକାରଙ୍କ ଅଭିନବ ଯୋଜନା ‘ବିକଶିତ ଗାଁ ବିକଶିତ ଓଡ଼ିଶା’ର ଶୁଭାରମ୍ଭ ହୋଇଯାଇଛି । ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ମିନି ଷ୍ଟାଡିୟମରେ ଏହି ଯୋଜନାରୁ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପଞ୍ଚାୟତ ଗ୍ରାମସଭାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଯୋଜନା ପାଇଁ ପ୍ରକଳ୍ପ ଚୟନ କରିବେ । ଗ୍ରାମସଭାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରାଯିବ । ଫେବ୍ରୁଆରୀ ୧୪ ସୁଦ୍ଧା ଗ୍ରାମସଭାରେ ପ୍ରକଳ୍ପ ତାଲିକା ଚୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ପଞ୍ଚାୟତ ୧୫ ତାରିଖରେ ବ୍ଲକରେ ଏହି ପ୍ରକଳ୍ପ ତାଲିକା ଦାଖଲ କରିବେ । ୧୮ ତାରିଖ ସୁଦ୍ଧା ପଞ୍ଚାୟତ ସମିତିର ଟେକ୍ନିକାଲ କମିଟି ଏହାର ଯାଞ୍ଚ ସାରିବ । ୨୦ ତାରିଖ ସୁଦ୍ଧା ଏହାକୁ ଜିଲ୍ଲାପାଳଙ୍କ ପାଖକୁ ପଠାଯିବ । ଜିଲ୍ଲାପାଳ ପ୍ରକଳ୍ପକୁ ଅନୁମୋଦନ ଦେବା ପରେ କାମ ଆଗେଇବ ବୋଲି କୁହାଯାଇଛି ।ଏହି କ୍ରମରେ ବିଞ୍ଝାରପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ କାର୍ଯ୍ୟଳୟ ସମ୍ମୁଖରେ ବିଡ଼ିଓ ହିତାଂଶୁଶେଖର ସାମଲଙ୍କ ଅଧ୍ୟକତାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ମୋହନ ସରକାରଙ୍କ ଏହି କାର୍ଯ୍ୟକ୍ରମ କୁ ବ୍ଲକ ପ୍ରଶାସନ ସଫଳତାର ସହିତ ଆୟୋଜନ କରି ବିଞ୍ଝାରପୁର ଅଞ୍ଚଳର ବିଭିନ୍ନ ପଞ୍ଚାୟତରୁ ବହୁ ଲୋକ ଏବଂ ବିଜେପି କର୍ମୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ|
ବିଂଝାରପୁରରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ ଉଯାପିତ

Leave a Reply