ହୀରାକୁଦ ଡ୍ୟାମରେ ଖୋଲିଲା ଆଉ ୪ଟି ଗେଟ୍; ମୋଟ୍ ୧୨ଟି ସ୍ଲୁଇସ୍‌ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ।

ପୁଣି ଖୋଲିଲା ହୀରାକୁଦ ଡ୍ୟାମର ୪ଟି ଗେଟ୍ । ଏବେ ମୋଟ୍ ୧୨ଟି ସ୍ଲୁଇସ୍‌ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ । ବାମ ପାର୍ଶ୍ୱର ୮ଟି ଓ ଡାହାଣ ପାର୍ଶ୍ୱର ୪ଟି ସ୍ଲୁଇସ୍‌ ଗେଟ୍ ଖୋଲା । ଲଘୁଚାପ ପ୍ରଭାବରେ ୨୯ ତାରିଖ ପର୍ଯ୍ୟନ୍ତ ବର୍ଷାରେ ଭିଜିବ ଓଡ଼ିଶା । ପ୍ରବଳ ବୃଷ୍ଟିପାତ ନେଇ ଅନେକ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର ଓଡିଶା ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳମୁହାଁ ହେବ ।

ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ଵର, ଭଦ୍ରକ, ମୟୁରଭଞ୍ଜ, କେଉଁଝରରେ ପ୍ରବଳ ବର୍ଷା ଅର୍ଥାତ୍ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବାର ଆଶଙ୍କା କରାଯାଇଛି । ବିଜୁଳି ଘଡଘଡି ସହ ପବନର ବେଗ ୩୦ ରୁ ୪୦ କିଲେମିଟର ରହିବା ସମ୍ଭାବନା ରହିଛି । ଏନେଇ ଏହି ସବୁ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ଏଥିସହ କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ଢେଙ୍କାନାଳ, କୋରାପୁଟ, ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବାକି ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବୃଷ୍ଟିପାତ ଯୋଗୁ ଉପର ମୁଣ୍ଡରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ବଢିବ ନଦୀର ଜଳ ସ୍ତର । ବିଶେଷକରି ବୁଢ଼ାବଳଙ୍ଗ, ବୈତରଣୀ ଓ ସଂଲଗ୍ନ ନଦୀ ଗୁଡ଼ିକରେ ଜଳ ସ୍ତର ବଢ଼ିପାରେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial