ଆଜିଠୁ ରାଜ୍ୟରେ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ, ଲୋକଙ୍କ ମତାମତ ଓ ଅଭିଯୋଗ ଶୁଣିବେ ରାଜ୍ୟ ସରକାର ।

ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ । ଲୋକଙ୍କଠାରୁ ମତାମତ ସଂଗ୍ରହ କରାଯିବ । ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର କରିଥିବେ, ଲାଞ୍ଚ ନେଇ କାମ କରୁଥିବା ନେଇ ଅଭିଯୋଗ ଆସେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜିଠୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି । ବିଜେଡି ସରକାର ଅମଳରେ ଯେପରି ୫ଟି-ମୋ ସରକାର ଚାଲିଥିଲା ସେହିପରି ଢାଞ୍ଚାରେ ଏହି ‘ଆମ ଶାସନ’ କାର୍ଯ୍ୟକାରୀ ହେବ । ହେଲେ ଏଥିରେ ୫-ଟି ଅଧ୍ୟକ୍ଷ କି ସଚିବ ଭଳି ପଦବି ରହିବେନି । ଯେଉଁ ଅଭିଯୋଗ, ପ୍ରସ୍ତାବ ଆସିବ ତାହା ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ ସିଧାସଳଖ ଶୁଣିବେ । ଏଥିରେ ପ୍ରାୟ ୨୦ଟି ବିଭାଗର ୧୫୦ରୁ ଅଧିକ ସେବା ଉପଲବ୍ଧ ହେବ । ଏବେ ୮ଟି ବିଭାଗର ୧୬ଟି ସେବା ଉପଲବ୍ଧ ହେବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial