ପ୍ରଥମ ବାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ; ଅଟକ ପାଇଁ ପାଣିମାଡ଼ ସହ ଲୁହବୁହା ଗ୍ୟାସ ପ୍ରୟୋଗ କଲା ପୋଲିସ ।

ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ। ଲୋୟର ପିଏମଜିରେ ଶହଶହ ବିଜେଡି କର୍ମୀ। ବାଲେଶ୍ୱର ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଚାଲିଛି ପ୍ରତିବାଦ। ବିଜେଡିର ବରିଷ୍ଠ ନେତାଙ୍କ ସହ ଯୁବ-ଛାତ୍ର ଓ ମହିଳା କର୍ମୀ ସାମିଲ ହୋଇଛନ୍ତି ଆନ୍ଦୋଳନରେ। ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ବିଧାନସଭା ଚତୁଃପାର୍ଶ୍ୱରେ କମିଶନରେଟ୍ ପୋଲିସର ଛାଉଣି। ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ନଜର ରଖିଛି ଡ୍ରୋନ୍। ଆଇନ୍ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ଦିଆଯାଇଛି।

ତେବେ ଆନ୍ଦୋଳନ ବେଳେ ପୋଲିସ-ବିଜେଡି କର୍ମୀ ମୁହାଁମୁହିଁ ହୋଇଛନ୍ତି। ଆନ୍ଦୋଳନ ବେଳେ ପାଣିମାଡ଼ ପରେ ଲୁହବୁହା ଗ୍ୟାସ ପ୍ରୟୋଗ କରିଛି ପୋଲିସ। ଲୋୟର ପିଏମ୍‌ଜିରେ ପ୍ରଥମ ବାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ। ୮ ଘଣ୍ଟିଆ ବାଲେଶ୍ୱର ବନ୍ଦ। FM ଛାତ୍ରୀ ମୃତ୍ୟୁକୁ ନେଇ ବାଲେଶ୍ୱରରେ ରାଜରାସ୍ତାକୁ ଓହ୍ଲାଇଛି ବିଜେଡି। ସକାଳ ୬ଟାରୁ ଧର୍ମଘଟ ଆରମ୍ଭ ହୋଇଥିବାବେଳେ ଦିନ ୨ଟାଏ ଯାଏଁ ଚାଲିବ ଆନ୍ଦୋଳନ। ରାସ୍ତାରେ ଟାୟାର ଜାଳି ପ୍ରତିବାଦ ଚଳାଇଛନ୍ତି ବିଜେଡି କର୍ମୀ। ହାତରେ ପୋଷ୍ଟର ଓ ପ୍ଲାକାର୍ଡ ଧରି ନାରାବାଜି କରୁଛନ୍ତି। ବନ୍ଦ ପ୍ରଭାବରେ ସହରରେ ଦୋକାନ ବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଛି। ସରକାରୀ ଓ ବେସରକାରୀ ଅଫିସ୍ ମଧ୍ୟ ବନ୍ଦ ରଖାଯାଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial