ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ନିବାସକୁ ଯାଇଥିଲେ । ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଚାରି ବୁଝିଥିବା କୁହାଯାଉଛି । ଉଭୟଙ୍କ ମଧ୍ୟରେ ସାକ୍ଷାତ ସମୟରେ ନବୀନଙ୍କ ବଡ଼ଭାଇ ପ୍ରେମ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିବାର ସୂଚନା ରହିଛି । ତେବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୁସ୍ଥ ହୋଇ ମେଡିକାଲରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଆଜି ତାଙ୍କ ପାଖରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିଛନ୍ତି । ତେବେ କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି, ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ପାରନ୍ତି ବୋଲି କୁହାଯାଉଛି ।
ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ।

Leave a Reply