ବନ୍ୟା ପ୍ରଭାବିତ ଜିଲ୍ଲା ବୁଲି ଦେଖିବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା ।

୩ଟି ବନ୍ୟା ପ୍ରଭାବିତ ଜିଲ୍ଲା ବୁଲି ଦେଖିବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା । ବିଶେଷ କରି ୩ଟି ଜିଲ୍ଲାର ୮ଟି ବ୍ଲକ ପ୍ରଭାବିତ ହୋଇଛି । ବାଲେଶ୍ୱର ଜିଲ୍ଲାର ୪ଟି ବ୍ଲକ ପ୍ରଭାବିତ ହୋଇଛି । ବସ୍ତା, ବାଲିଆପାଳ, ଭୋଗରାଇ, ଜଳେଶ୍ୱର ପ୍ରଭାବିତ ହୋଇଛି । ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ବ୍ଲକ୍‌ ପ୍ରଭାବିତ । ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ । କେନ୍ଦୁଝର ଜିଲ୍ଲା ସେପରି ଭାବେ ପ୍ରଭାବିତ ହୋଇ ନାହିଁ । ମୋଟ୍‌ ୮୧ଟି ଗାଁ, ୩୦ ହଜାର ଲୋକେ କ୍ଷତି ସହିଛନ୍ତି । ବନ୍ୟାସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଭିତରେ ରହିଛି ବୋଲି କହିଲେ ମୁଖ୍ୟମନ୍ତ୍ରୀ । ୧୦ ହଜାର ଲୋକଙ୍କୁ ଦୁଇ ବେଳା ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି । ଯେଉଁସବୁ ସ୍ଥାନରେ ଲୋକଙ୍କ ଘର କ୍ଷତି ହୋଇଛି କ୍ଷତିପୂରଣ ଦିଆଯିବ । ଜିରୋ କାଜୁଆଲିଟିକୁ ସରକାର ଗୁରୁତ୍ୱ ଦେଉଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial