ଦେବଗଡ଼ ଜ଼ିଲ୍ଲାପାଳଙ୍କ ବିକାଶ ଭବନ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଛି। ଅତିରିକ୍ତ ଜ଼ିଲ୍ଲାପାଳ ରେବେକା ବିଲୁଙ୍ଗ ଯୋଗଦେଇ ୧୫ଟି ଅଭିଯୋଗ ଗ୍ରହଣ କରିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୋଗ ମଧ୍ୟରେ ୧୦ଟି ବ୍ୟକ୍ତିଗତ ଏବଂ ୫ଟି ସାମୁହିକ ଅଭିଯୋଗ ହୋଇଥିବା ଜଣାପଡିଛି। ବିଶେଷ କରି ମଧୁବାବୁ ପେନସନ, ପାନୀୟ ଜଳ, ରାଜସ୍ୱ ଗ୍ରାମ, ରିଜେକ୍ଟ ହୋଇଥିବା ସୁଭଦ୍ରା ଯୋଜନାର ପଞ୍ଜିକରଣ ଉପରେ ପ୍ରମୁଖ ସମାଧାନ ପାଇଁ ଅଭିଯୋଗ ହୋଇଥିଲା। ଅଭିଯୋଗ ଗୁଡିକ ଶୁଣିବା ପରେ ତୁରନ୍ତ ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ଶିବିରରେ ଆରକ୍ଷୀ ଅଧିକ୍ଷକ ଅନିଲ କୁମାର ମିଶ୍ର, ବନଖଣ୍ଡ ଅଧିକାରୀ ମଗର ଧନାଜୀ ରାଓସ, ଉପଜ଼ିଲ୍ଲାପାଳ ପରକ୍ଷିତ ସାହୁ, ଡେପୁଟି କଲେକ୍ଟର ଏଜଲୀନ ବାରା, ସହକାରୀ ଜ଼ିଲ୍ଲାପାଳ ହେମନ୍ତ ସିଂ, ତହସିଲଦାର କର୍ଣ୍ଣ ମଲ୍ଲିକ ସମେତ ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
ଦେବଗଡ଼ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

Leave a Reply