ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍ମା ଗିରଫ । ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲାବେଳେ ଧରିଥିଲା ଭିଜିଲାନ୍ସ । ଏହାପରେ ଧୀମାନଙ୍କ ଘରୁ ମିଳିଥିଲା ଆଉ ୪୭ ଲକ୍ଷ ଟଙ୍କା । ରେଡ୍ ପରେ IAS ଧୀମାନ ଚକ୍ମାଙ୍କୁ ଗିରଫ କରିଛି ଭିଜିଲାନ୍ସ । ଜୟପାଟଣା ଅଞ୍ଚଳର ଜଣେ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲାବେଳେ ରେଡ ହ୍ୟାଣ୍ଡ ଧରିଛି ଭିଜିଲାନ୍ସ ।
ସୂଚନା ଅନୁସାରେ, ଧର୍ମଗଡ ଉପଜିଲ୍ଲାପାଳ ଧୀମାନ ଚକମା ଜୟପାଟଣା ବ୍ଲକ ଆମଯୋର ଅଞ୍ଚଳର ଜଣେ କ୍ରସର ମାଲିକଙ୍କୁ କାର୍ଯ୍ୟାନୁଷ୍ଠାନ ଭୟ ଦେଖାଇ ୨୦ ଲକ୍ଷ ଟଙ୍କା ଦାବି କରିଥିଲେ । କ୍ରସର ମାଲିକ ଅନ୍ୟ ଉପାୟ ନପାଇ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ପ୍ରଥମ କିସ୍ତି ବାବଦରେ ୧୦ ଲକ୍ଷ ନେବା ପାଇଁ ଡିଲ୍ ହୋଇଥିଲା । ସେହି ସମୟରେ ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ଜଗି ରହିଥିଲା । ଆଉ ଉପଜିଲ୍ଲାପାଳ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ତାଙ୍କୁ ରେଡ୍ ହ୍ୟାଣ୍ଡେଡ୍ ଧରିଛି । ଏହା ପରେ ରେଡ୍ ବେଳେ ଧୀମାନଙ୍କ ଘରୁ ବାହାରିଛି ପୁଳା ପୁଳା ଟଙ୍କା ।












Leave a Reply