ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ

ଦେବଗଡ ଜିଲ୍ଲାପାଳଙ୍କ ବିକାଶ ଭବନ ସମ୍ମିଳନୀ କକ୍ଷରେ ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ କେଶବ ଚନ୍ଦ୍ର ନାଏକ ଙ୍କ ତତ୍ୱାବଧାନ ରେ ଆୟୋଜିତ ବୈଠକରେ ଅତିରିକ୍ତ ଜ଼ିଲ୍ଲାପାଳ ରେବେକା ବିଲୁଙ୍ଗଙ୍କ ଅଧ୍ୟକ୍ଷତାରେ ଜ଼ିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଛି । ଜିଲ୍ଲାରେ ସଡକ ଦୁର୍ଘଟଣା କିଭଳି ରୋକାଯାଇ ପାରିବ ସେନେଇ ଆଲୋଚନା କରାଯାଇଥିଲା । ବିଶେଷ କରି ଦୁର୍ଘଟଣା ରୋକିବା ପାଇଁ ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ କଡାକଡି ଚେକିଂ କରିବା ସହିତ ଟ୍ରାଫିକ ନିୟମ ପାଳନ ଉପରେ ଆଲୋଚନା କରାଯାଇଥିଲା । ବୈଠକରେ ଡ଼ିଏସପି ପବିତ୍ର କିସାନ, ଉପ ଜ଼ିଲ୍ଲାପାଳ ପରକ୍ଷିତ ସାହୁ, ଅତିରିକ୍ତ ଜ଼ିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼.ଧନଞ୍ଜୟ ମହାନ୍ତ, ମୋଟର ଯାନ ନିରୀକ୍ଷକ ଶ୍ରୀବତ୍ସ ଦଳେଇ, ଯୋଗାଣ ଅଧିକାରୀ କେଦାର ନାଥ ନାଏକ, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର, ସାମ୍ବାଦିକ ସତ୍ୟନାରାୟଣ ମିଶ୍ର ଓ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial