ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା।

ଦକ୍ଷିଣ-ପଶ୍ଚିମ ବାଂଲାଦେଶ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମଡି ମଙ୍ଗଳବାର ଦିନ କହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ମଙ୍ଗଳବାର ସକାଳେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଯାହାଫଳରେ ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ବ୍ୟାପକ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପାଗ ପାଇଁ ୧୯ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟବିଭାଗ ପକ୍ଷରୁ ଏହି କଟକଣା ଜାରି କରାଯାଇଥିବା କଥା ଚନ୍ଦନେଶ୍ୱର ସହକାରୀ ମତ୍ସ୍ୟ ଅଧିକାରୀ ଅନନ୍ତ କୁମାର ଜେନା ଏହି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial