ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୪ ତାରିଖ ଯାଏଁ ଜାରି ରହିବ ବର୍ଷା ।

ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ଯୋଡ଼ା ଲଘୁଚାପର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜିଠାରୁ ବର୍ଷା ପରିମାଣ ବଢ଼ିପାରେ । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଏବଂ କେନ୍ଦୁଝର ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ପାଇଁ ଦେବଗଡ଼, ଅନୁଗୁଳ , ମୟୂରଭଞ୍ଜ, ବରଗଡ଼ ଏବଂ ସୋନପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବାକି ସମସ୍ତ ଜିଲ୍ଲାରେ ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । 

ସମୁଦ୍ର ଅଶାନ୍ତ ରହିଥିବାରୁ ଆସନ୍ତାକାଲି ଯାଏଁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ଉତ୍ତର ପଶ୍ଚିମ ଦିଗରେ ଝାଡ଼ଖଣ୍ଡକୁ ମୁହାଁଇବାର ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial