ଚାଷୀଙ୍କୁ ମିଳିଲା ବଡ଼ ଆଶ୍ଵସ୍ତି । ବଢିଲା ଚାଷୀ ପଞ୍ଜିକରଣ ଅବଧି । ଖରିଫ ଋତୁ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ଅବଧି ବୃଦ୍ଧି ପାଇଛି । ଚାଷୀ ପଞ୍ଜିକରଣ ଅବଧି ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷର ଖରିଫ ଧାନ ସଂଗ୍ରହ ନିମନ୍ତେ ହେଉଥିବା ଚାଷୀ ପଞ୍ଜିକରଣ ପ୍ରକ୍ରିୟାର ସମୀକ୍ଷା କରାଯାଇଛି । ଏହି ପ୍ରକ୍ରିୟାରେ ଅଦ୍ୟାବଧି ୧୧ ଲକ୍ଷ ୫୦ ହଜାରରୁ ଅଧିକ ଚାଷୀ ପଞ୍ଜିକରଣ କରିସାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ଖରିଫ୍ ଋତୁ ଧାନ ସଂଗ୍ରହ ନିମନ୍ତେ ଜାରି ପଞ୍ଜିକରଣ ପ୍ରକ୍ରିୟା ଅବଧିକୁ ମଧ୍ୟ ବୃଦ୍ଧି କରାଯାଇଛି ।
ଏହି ପଞ୍ଜୀକରଣ ପ୍ରକ୍ରିୟା ଗତ ଜୁଲାଇ ୧୯ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଏହା ଚଳିତ ମାସ ୨୦ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଥିଲା । ମାତ୍ର ଚାଷୀମାନଙ୍କ ସ୍ୱାର୍ଥ ଓ ଅନୁରୋଧ କ୍ରମେ ଏହି ଅବଧିକୁ ବୃଦ୍ଧି କରିଛନ୍ତି ସରକାର । ଏପର୍ଯ୍ୟନ୍ତ ୧୦ ଲକ୍ଷ ୯୩ ହଜାର ୨୨୦ ଜଣ ଚାଷୀ ପଞ୍ଜୀକରଣ କରିଥିବା ବେଳେ ଆଗକୁ ଏହା ଆହୁରି ବୃଦ୍ଧି ହେବ । ଏଥିସହ ପଞ୍ଜୀକରଣ ପ୍ରକ୍ରିୟାକୁ ସରଳିକରଣ କରାଯାଇଥିବା କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
Leave a Reply