ଆଜିଠାରୁ ପ୍ଲାଷ୍ଟିକ ବୋତଲରେ ମିଳିବନି ପେଟ୍ରୋଲ; ଏନେଇ ଯୋଗାଣ ମନ୍ତ୍ରୀଙ୍କ ସୂଚନା ।

ଆଜିଠାରୁ ପ୍ଲାଷ୍ଟିକ ବୋତଲରେ ବିକ୍ରି ହୋଇପାରିବ ନାହିଁ ପେଟ୍ରୋଲ । ରାସ୍ତାଘାଟରେ ପ୍ଲାଷ୍ଟିକ୍‌ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ । ପେଟ୍ରୋଲ ପମ୍ପ୍‌ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀଙ୍କ ସୂଚନା । ବାହାରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କଲେ କାର୍ଯ୍ୟାନୁଷ୍ଠାନ । କାଚ ଓ ଟିଣ ବୋତଲରେ ପେଟ୍ରୋଲ ବିକ୍ରି ପାଇଁ ଅନୁମତି । ଆଜିଠାରୁ ବିଭିନ୍ନ ପେଟ୍ରୋଲ ପମ୍ପ୍‌ରେ ଯାଞ୍ଚ । ଏନେଇ ଲୋକସେବା ଭବନରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବିଭିନ୍ନ ପେଟ୍ରୋଲିୟମ ସଂଘର କାର୍ଯ୍ୟକର୍ତ୍ତା ଓ ବିଭାଗୀୟ ଅଧିକାରୀମାନଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରିବା ପରେ ଏହି ନିଷ୍ପତ୍ତି ନିଆଯାଇଛି । । ସମସ୍ତ ଜିଲ୍ଲାପାଳମାନଙ୍କୁ ଏହି ବିଷୟରେ ନିର୍ଦ୍ଦେଶ ହୋଇଥିବା କହିଲେ ମନ୍ତ୍ରୀ ।

ଧନଜୀବନ ସୁରକ୍ଷାକୁ ଦୃଷ୍ଟିରେ ରଖି ପେଟ୍ରୋଲ ବିକ୍ରୟକୁ ନେଇ ରାଷ୍ଟ୍ରାୟତ୍ତ ତୈଳ କମ୍ପାନି ଦ୍ୱାରା ପ୍ରଦତ୍ତ ନିୟମର କଡ଼ାକଡ଼ି ପାଳନ କରିବାକୁ ମନ୍ତ୍ରୀ ଶ୍ରୀପାତ୍ର ସଂଘଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ନିୟମ ଯେପରି ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପରେ କଡ଼ାକଡ଼ି ପାଳନ ହେବ, ସେ ନେଇ ଜିଲ୍ଲାପାଳମାନେ ବ୍ୟକ୍ତିଗତ ଭାବେ ତଦାରଖ କରିବାକୁ କୁହାଯାଇଛି । ଏହାସହ କୁହାଯାଇଛି ଯେ ବିଭିନ୍ନ ଅନୁଷ୍ଠାନ, କୃଷକ ଓ ସରକାରୀ କାର୍ୟ୍ୟାଳୟର ବ୍ୟବହାର ପାଇଁ ଖୁଚୁରା ଭାବେ ପେଟ୍ରୋଲ ବିକ୍ରୟ ସଂପର୍କରେ ଥିବା ନିୟମ ବଳବତ୍ତର ରହିବ ।

କିନ୍ତୁ ରାଜ୍ୟର ବିଭିନ୍ନ ସ୍ଥାନରେ ରାସ୍ତା ପାର୍ଶ୍ୱ, ବିଭିନ୍ନ ଛୋଟ ଦୋକାନରେ ପେଟ୍ରୋଲ ବିକ୍ରୟ କରୁଥିବା ବ୍ୟକ୍ତିବିଶେଷଙ୍କ ବିରୋଧରେ କଠୋର କାର୍ୟ୍ୟାନୁଷ୍ଠାନ ହେବ । ଏ ନିୟମକୁ ଅବମାନନା କରି ଅନୈତିକ ଭାବେ ସହଯୋଗ କରୁଥିବା ପେଟ୍ରୋଲ ପମ୍ପ କିମ୍ବା ବ୍ୟକ୍ତିଙ୍କ ବିରୋଧରେ ମଧ୍ୟ ଅନୁରୂପ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial