ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ତା’ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ୪୮ ଘଣ୍ଟା ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଏହା ଗତି କରିବ । ପ୍ରଭାବରେ ୧୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।
୧୫ ତାରିଖ ଯାଏଁ ମାଲକାନଗିରି ଓ କୋରାପୁଟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ୯ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ଥିବାରୁ ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର ଓ ବୌଦ୍ଧ ଆଦି ଜିଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ସେହିଭଳି ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ସୋନପୁରକୁ ସତର୍କ କରାଯାଇଛି। ୧୮ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
Leave a Reply