ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି । ୩ ଦିନ ଯାଏଁ ପ୍ରବଳ ବର୍ଷିବ । ବଙ୍ଗୋପସାଗରରେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନବର୍ତ୍ତୀ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ପ୍ରଭାବରେ ୧୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ଏବଂ ୧୮ ତାରିଖରେ ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୧୯ ତାରିଖରେ ମାଲକାନଗିରି ଏବଂ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ପ୍ରଭାବରେ ଆହୁରି ୪ ଦିନ ଯାଏ ପ୍ରବଳ ବର୍ଷା । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ୨୩ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । କୋରାପୁଟ, ନବରଙ୍ଗପୁର, ରାୟଗଡା ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ୧୯ ତାରିଖ ଯାଏଁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେପଟେ ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ । ତେଣୁ ୧୫ ତାରିଖ ଯାଏଁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
Leave a Reply