୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା; ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ସାରା ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି । ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ସୂଚନା ଜାରି ହୋଇଛି । ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରେ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ପର୍ଯ୍ୟନ୍ତ ରହିବ। ୧୯ ତାରିଖ ପ୍ରଯ୍ୟନ୍ତ ବର୍ଷା ଲାଗି ରହିବ।

ମଙ୍ଗଳବାର ଜଗତ୍‌ସିଂହପୁରରେ ସର୍ବାଧିକ ୨୯.୨ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଝାରସୁଗୁଡ଼ାରେ ୧୬.୦ ମିମି, ବରଗଡ଼ରେ ୧୫.୬ ମିମି, ଭବାନୀପାଟଣାରେ ୧୧.୮ ମିମି, ସୋନପୁରରେ ୧୧.୬ ମିମି ଓ ନୟାଗଡ଼ରେ ୧୦.୦ ମିମି ବର୍ଷା ରେକର୍ଡ କରାଯାଇଛି। ତେବେ ୧୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗିରହିବ। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ସେହିପରି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ ଓ ଜଗତ୍‌ସିଂହପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial