ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହେଲା ଘୂର୍ଣ୍ଣିବଳୟ; ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ପ୍ରବଳ ବର୍ଷା ।

ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସମୁଦ୍ରପତନଠାରୁ ୨.୫ କିମି ଉପରେ ସକ୍ରିୟ ରହିଛି । ଏହା ପ୍ରଭାବରେ ଉପକୂଳରେ ଆଜିଠାରୁ ବର୍ଷାର ପରିମାଣ ବଢ଼ିବ । ରାଜ୍ୟରେ ଜାରି ରହିଛି ଲଘୁଚାପ ବର୍ଷା । ଆଜି ସାରା ରାଜ୍ୟରେ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ। କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେପଟେ ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଯାଜପୁର ଓ କଟକରେ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ। ବାଲେଶ୍ବର, ଭଦ୍ରକ, ଯାଜପୁରରେ ବନ୍ୟା ସ୍ଥିତି ଉପୁଜିଥିବାବେଲେ ଏହି ସବୁ ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial