ଏଥର ବର୍ଷାରେ ଭିଜିବ ଗଣେଶ ପୂଜା । ଘୂର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସକ୍ରିୟ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହୋଇଛି ଯାହାଫଳରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ଆକଳନ କରିଛି । ତେବେ ଚଳିତ ବର୍ଷ ଗଣେଶ ପୂଜା 27 ତାରିଖରେ ପଡୁଛି । ପୂଜା ନେଇ ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ବର୍ଷା ପୂଜା ମାହୋଲକୁ ଗଡବଡ କରିପାରେ । କାରଣ ଆସନ୍ତା 29 ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ଥିବା କହିଛି ପାଣିପାଗ ବିିଭାଗ । ଗଣପତିଙ୍କ ଉତ୍ସବ ନେଇ ରାଜ୍ୟବାସୀ ଉତ୍ସାହିତ ଥିବା ବେଳେ ପାଣିପାଗକୁ ନେଇ ବଡ ଖବର ସାମ୍ନାକୁ ଆସିଛି । ଯାହାକି ଚିନ୍ତା ବଢାଇଛି ।
ଗତକାଲି ସାରା ରାଜ୍ୟରେ ହାଲୁକରୁ ମଧ୍ୟମ ଧରଣର ବର୍ଷାକୁ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଥିବା ବେଳେ ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର ଓ ମୟୂରଭଞ୍ଜ ଏହି ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ । ସେହିପରି ଆଜି ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ଯାଜପୁର ଓ କଟକରେ ଅତି ପ୍ରବଳ ବର୍ଷା ସହ ଏହି ସବୁ ଜିଲ୍ଲାରେ ଘଡଘଡ଼ି ନେଇ ସତର୍କ ସୂଚନା ଜାରି କରାଯାଇଛି । ତେବେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ସକ୍ରିୟ ହୋଇ ଘୂର୍ଣ୍ଣିବଳୟର ରୂପ ନେଇଛି । ଯାହା ପ୍ରଭାବରେ ରାଜ୍ୟରେ ଆସନ୍ତା 29 ତାରିଖ ଯାଏଁ ପ୍ରବଳ ବର୍ଷିବ ।
Leave a Reply