ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ତଥା ଏହାର ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଯାହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭୀଷଣ ବର୍ଷାର ସମ୍ଭାବନା ରହିଛି । ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଝଡ଼ ପବନ ସହ ବର୍ଷା ସମ୍ଭାବନା ରହିଛି ।
ତେଣୁ, ଆସନ୍ତା ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ହେଲା ମୟୁରଭଞ୍ଜ, କେଉଁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି । କାଲିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
Leave a Reply